ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୮ ଜୁନ (ହି.ସ.) - ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୋସିଆଲ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବ
ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, ୧୮ ଜୁନ (ହି.ସ.) - ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିନ୍ତା ପ୍ରକଟ କରିବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ସୋସିଆଲ ସାଇଟ୍ ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣି ଚିନ୍ତିତ। ତାଙ୍କର ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ଓ ଆଶୁ ଆରୋଗ୍ୟ ଲାଭକରି ଉତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ବୋଲି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande