ଭୁବନେଶ୍ୱର,
18 ଜୁନ (ହି.ସ.) ରାଜ୍ୟର ସ୍ୱାସ୍ଥ୍ୟ ଓ ପରିବାର
କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ବୁଧବାର ଦିନ ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟ ପରିଦର୍ଶନ କରି
ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି । ସେ ଏହି ଅବସରରେ ଚିକିତ୍ସାଳୟର ଆନୁସଙ୍ଗିକ ବ୍ୟବସ୍ଥା ଓ ଭିତ୍ତିଭୂମିର ତଦାରଖ କରିବା ସହ
ସେଠାରେ ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଲୋକଙ୍କୁ ଉନ୍ନତ ସ୍ୱାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ଅଧିକାରୀ
ଓ ସ୍ବାସ୍ଥ୍ୟ କର୍ମୀଙ୍କୁ ନିର୍ଦ୍ଦେଶ ଦେଇଥିବା ଜଣା ପଡିଛି ।
ଏହି ଅବସରରେ ବରଗଡ଼
ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ବରଗଡ଼ ଜିଲ୍ଲାପାଳ, ଅତିରିକ୍ତ ଜିଲ୍ଲାପାଳ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ଉପଖଣ୍ଡ ଚିକିତ୍ସାଧିକାରୀ, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ