ଡ଼ାଇରିଆ ସଂକ୍ରମଣ; ୨ ଜିଲ୍ଲାରେ ବଢିଲା ସ୍କୁଲ ଛୁଟି
ଭଦ୍ରକ, ୧୯ ଜୁନ୍ (ହି.ସ.) - ଡ଼ାଇରିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି। ଭଦ୍ରକରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡିକ
DAIRIA SANKRAMANA - TWO DAYS SCHOOL CHUTI


ଭଦ୍ରକ, ୧୯ ଜୁନ୍ (ହି.ସ.) - ଡ଼ାଇରିଆ ସଂକ୍ରମଣକୁ ଦୃଷ୍ଟିରେ ରଖି ଭଦ୍ରକ ଓ ଯାଜପୁର ଜିଲ୍ଲାରେ ସ୍କୁଲ ଛୁଟିକୁ ବୃଦ୍ଧି କରାଯାଇଛି। ଭଦ୍ରକରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସ୍କୁଲ ଛୁଟି ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ । ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଓ କଲେଜଗୁଡିକୁ ୨୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଆସନ୍ତା ୨୩ ତାରିଖରେ ଜିଲ୍ଲାରେ ଖୋଲିବ ସ୍କୁଲ ଓ କଲେଜ। ଏହି ସମୟରେ ସ୍କୁଲ ଗୁଡିକର ପରିବେଶକୁ ସଫା ସୁତୁରା ରଖିବା ସହିତ ପାନୀୟ ଜଳ ବ୍ୟବସ୍ଥାକୁ ବିଶୋଧନ କରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ ଶ୍ରୀ ରାଉତରାୟ ।ହିନ୍ଦୁସ୍ଥାନ ସମାଚାର/ପ୍ରମୋଦ/ଭାନୁ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande