କେନ୍ଦ୍ରାପଡ଼ା, ୧୯ ଜୁନ୍(ହି.ସ.) – ରାତି ଅଧରେ ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କ ସହ ଦୁଷ୍କର୍ମ ଅଭିଯୋଗ। କେନ୍ଦ୍ରାପଡ଼ା ସଦର୍ ଥାନା ଅନ୍ତର୍ଗତ ମୁଣ୍ଡାଳ ଗାଁରେ ଘଟିଛି ଏହି ଅଘଟଣ। ଦୁଷ୍କର୍ମର ଶିକାର ହୋଇଥିବା ମହିଳା ଗୁରୁତର ଅବସ୍ଥାରେ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି ହୋଇଛନ୍ତି। ଅଭିଯୋଗ ଅନୁଯାୟୀ ସ୍ଥାନୀୟ ଏକ ସ୍ୱାସ୍ଥ୍ୟକେନ୍ଦ୍ରରେ ପୀଡିତା ମହିଳା ଯୋଗଶିକ୍ଷୟତ୍ରୀ ଭାବେ କାର୍ଯ୍ୟ କରନ୍ତି। ବୁଧବାର ରାତି ପ୍ରାୟ ଗୋଟାଏବେଳେ ମୁଣ୍ଡାଳ ଗାଁରେ ଥିବା ତାଙ୍କ ଭଡ଼ାଘର କବାଟ ଭାଙ୍ଗି ଜଣେ ଯୁବକ ଘର ଭିତରକୁ ପଶି ଥିଲେ। ହଠାତ୍ ଶିକ୍ଷୟତ୍ରୀଙ୍କ ନିଦ ଭାଙ୍ଗି ଯାଇଥିଲା। ଯୁବକ ଜଣଙ୍କ ମୁହଁରେ କଳାକପଡା ବାନ୍ଧିଥିବାବେଳେ ହାତରେ ଏକ ଧାରୁଆ ଅସ୍ତ୍ର ଧରିଥିବା ମହିଳା ଦେଖିବାକୁ ପାଇଥିଲେ। ଯୁବକ ଜଣଙ୍କ ମହିଳାଙ୍କୁ କାବୁ କରିନେଇ ତାଙ୍କ ସହିତ ଦୁଷ୍କର୍ମ କରିଥିବା ମହିଳା ଅଭିଯୋଗ କରିଛନ୍ତି। ପାଟି କଲେ ଜିବନରେ ମାରିଦେବା ପାଇଁ ଯୁବକ ମହିଳାଙ୍କୁ ଧମକ ଦେବା ସହ ଶରିରର ବିଭିନ୍ନ ସ୍ଥାନରେ ଆଘାତ କରିଥିଲେ କ୍ଷ ପୀଡିତା ମହିଳା ବଳପ୍ରୟୋଗ କରି ଯୁବକଙ୍କ ମୁହଁରୁ କପଡା ଟାଣି ଦେବାପରେ ସେ ସ୍ଥାନୀୟ ମୁଣ୍ଡାଳ ଗାଁର ବାପି ମଲିକ ବୋଲି ଜାଣିବାକୁ ପାଇଥିଲେ। ପୀଡିତା ଶିକ୍ଷୟତ୍ରୀ ଜଣଙ୍କ ଚିତ୍କାର କରିବାରୁ ଅଭିଯୁକ୍ତ ଯୁବକ ଦୌଡ଼ି ପଳାଇଥିଲେ କ୍ଷ ଘଟଣା ସମ୍ପର୍କରେ କାହାକୁ କହିଲେ ଜୀବନରୁ ମାରିଦେବାକୁ ସେ ପୀଡିତା ଙ୍କୁ ଧମକ ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ପୀଡ଼ିତାଙ୍କ ପକ୍ଷରୁ ସ୍ଥାନୀୟ ଥାନାରେ ଏତଲା ଦିଆଯାଇଛିକ୍ଷ ପିଡୀତାଙ୍କ ପକ୍ଷରୁ ସଦର ଥାନାରେ ଅଭିଯୋଗ କରିବା ପରେ ସଦର ଥାନା କେଶ ନଂ-୨୮୧/୨୫ ରେ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଥିଲା । ପୋଲିସ ଅଭିଯୁକ୍ତ ବାପି ମଲିକକୁ ଗିରଫ କରି ଅଧିକ ତଦନ୍ତ ଚଳାଇଥିବା ଥାନା ଅଧିକାରୀ ଶୁଭେନ୍ଦୁ କୁମାର ସାହୁ ସୂଚନା ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର/ରବି/ବୀଣାପାଣି
.......................................
ହିନ୍ଦୁସ୍ଥାନ ସମାଚାର / ରବି