ଭୁବନେଶ୍ୱର ,୧୯ ଜୁନ(ହି.ସ.) - ଆସନ୍ତାକାଲି (ଶୁକ୍ରବାର) ଦ୍ୱିତୀୟାର୍ଦ୍ଧରେ ଭୁବନେଶ୍ୱରରେ ସରକାରୀ ଅଫିସ୍ ବନ୍ଦ ରହିବ। ଏନେଇ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିଷ୍ପତି ହୋଇଛି। ଏହାସହିତ ରାଜସ୍ୱ ଓ ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ମଧ୍ୟ ଛୁଟି ରହିବ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଅତ୍ୟଧିକ ଭିଡ଼ ଓ ଟ୍ରାଫିକ୍ ସମସ୍ୟା ହେବାର ଆଶଙ୍କା ଥିବାରୁ ବନ୍ଦ ପାଇଁ ନିଷ୍ପତି ହୋଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା