ଭୁବନେଶ୍ୱର, ୨ ଜୁନ୍ (ହି.ସ.)- ୨ ତାରିଖ ଠାରୁ ୬ ତାରିଖ ପର୍ଯ୍ୟନ୍ତ ଗରମ ଓ ଗୁଳୁଗୁଳି ନେଇ ରାଜ୍ୟର ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ