ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ଖୋର୍ଦ୍ଧା, 2 ଜୁନ୍ (ହି.ସ.)ସୋମବାର ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଚଞ୍ଚଳ ରା଼ଣାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣlଣି ଶିବିର ଜିଲ୍ଲା ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉ
ଅଭିଯୋଗ


ଖୋର୍ଦ୍ଧା, 2 ଜୁନ୍ (ହି.ସ.)ସୋମବାର ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଚଞ୍ଚଳ ରା଼ଣାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣlଣି ଶିବିର ଜିଲ୍ଲା ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ, ପ୍ରଶାସନ, ପ୍ରତାପ ଚନ୍ଦ୍ର ବେଉରା, ଅତିରିକ୍ତ ଜିଲ୍ଲାପାଳ, ରାଜସ୍ବ, ସାଫଲ୍ୟ ମଣ୍ଡିତ ପ୍ରଧାନ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜ୍ୟୋତି ଶଙ୍କର ସାହୁ ଉପଜିଲ୍ଲାପାଳ,ଖୋର୍ଦ୍ଧା କିଶୋର କୁମାର ପଣ୍ଡା,ଡେପୁଟି କଲେକ୍ଟର, ଜରୁରୀ ,ଶ୍ରିତପା ମିଶ୍ର,ସହକାରୀ ଜିଲ୍ଲାପାଳ, ଅଭିଯୋଗ, ଭୁବନେଶ୍ଵରୀ କଅଁର ଯୋଗଦେଇଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୧୧୨ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ୯୨ ଗୋଟି ଅଭିଯୋଗ ବ୍ୟକ୍ତିଗତ, ୧୧ ଗୋଟି ଅଭିଯୋଗ ଗ୍ରାମୀଣ ସମସ୍ୟା ଜନିତ ଥିଲା l ଜିଲ୍ଲାପାଳ ଅଭିଯୋଗ ସ୍ଥଳରେ ୦୪ଗୋଟି ଅଭିଯୋଗର ତୁରନ୍ତ ସମାଧାନ କରିଥିଲେ l ଜିଲ୍ଲାପାଳ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୧୫ ହଜାର, ବରହମ୍ ପୁରର ପ୍ରତିମା ବେହେରାଙ୍କୁ, ୧୦ହଜାର ତାପଙ୍ଗର ଚରଣ ଭୋଇ ଙ୍କୁ,୧୫ହଜାର ଡିଓ ଖଉରୁନି,ବୋଲଗଡ଼, ଟିକିନା ଦାସଙ୍କୁ ଓ ୧୦ ହଜାର ପଦନପୂର୍, ବାଣପୁରର ଛାୟା କାନ୍ତ ମହାରଣା କୁ ନେଇ ମୋଟ ୪ଜଣ ଅଭିଯୋଗ କାରୀଙ୍କୁ ସ୍ୱାସ୍ଥ୍ୟ ଚିକିତ୍ସା ନିମନ୍ତେ ୫୦ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିଥିଲେ l ସେହିପରି ଗୋଳବାଇର ରାଜ କିଶୋର କୁଣ୍ଡୁଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ୧୦ହଜାର ଚିକିତ୍ସା ନିମନ୍ତେ ଆର୍ଥିକ ସହାୟତ ପ୍ରଦାନ କରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠରୁ ଆସିଥିବା ଦରଖାସ୍ତ ଏବଂ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିରର ସୁପାରିଶ ଅଭିଯୋଗ ଗୁଡ଼ିକୁ ଯୁଦ୍ଧ କାଳୀନ ଭିତିରେ ସମାଧାନ କରି ଜନସାଧାରଣଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ l ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ରାଜ୍ୟଶ୍ରୀ ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କୁସୁମ କୁମାରୀ ପ୍ରହରାଜ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଦିଲ୍ଲୀପ କୁମାର ହିଆଲ ,ଜିଲ୍ଲା ମଙ୍ଗଳ ଅଧିକାରୀ, ଡ. ଗୀତାଂଶୁ ଦାଶ, ଜିଲ୍ଲା ପଂଚାୟତ ଅଧିକାରୀ ଶ୍ୟାମଲେନ୍ଦୁ ନାୟକ ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ରବି ନାରାୟଣ ସେନାପତି, ଜିଲ୍ଲା ବେସାମରିକ ଯୋଗାଣ ଅଧିକାରୀ, ସୁଗୁଡା ମୁର୍ମୁ , ,ଜିଲ୍ଲା ଶିକ୍ଷା ଅଧିକାରୀ ସୋନାମିକା ରାୟ, ସହକାରୀ ନିର୍ଦେଶକ, ଉଦ୍ୟାନ କୃଷି, ସ୍ମିତା ମହାନ୍ତି,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ଲାଇନ ଡିପାର୍ଟମେଣ୍ଟ ବରିଷ୍ଠ ଯନ୍ତ୍ରୀ ଓ ଅଧିକାରୀ ମାନେ ଯୋଗ ଦେଇଥିଲେ l

---------------

ହିନ୍ଦୁସ୍ଥାନ ସମାଚାର / ରାକେଶ


 rajesh pande