ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ
ଭବାନୀପାଟଣା, ୦୨ଜୁନ (ହି.ସ) - ଆଜି କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର?୍ୟ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେ
ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠି


ଭବାନୀପାଟଣା, ୦୨ଜୁନ (ହି.ସ) - ଆଜି କଳାହାଣ୍ଡି ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଜିଲ୍ଲାପାଳଙ୍କ କାର?୍ୟ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେବରକୋଣ୍ଡା ଯୋଗଦେଇ ଲୋକଙ୍କର ଆପତି ଅଭିଯୋଗର ଶୁଣାଣୀ କରିଥିଲେ । ଏହି ଶିବିରରେ ଜିଲ୍ଳାର ବିଭିନ୍ନ ଅଂଚଳରୁ ଆସିଥିବା ୧୫୮ ଗୋଟି ଆପତି ଅଭିଯୋଗର ପଞ୍ଜୀକରଣ କରାଯାଇଥିଲା ସେଥି ମଧ୍ୟରୁ ବ୍ୟକ୍ତିଗତ ୧୩୪ ଗୋଟି ଓ ସାମୂହିକ ୧୫ ଗୋଟି ରହିଥିବା ବେଳେ ୨୯ ଗୋଟି ଆପତି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା । ଏହି ଶିବିରରେ ପ୍ରଧାନମନ୍ତ୍ରୀ ଆବାସ ,ଭତା, ପାନୀୟଜଳ, ରେଶନ କାର୍ଡ, ଶିକ୍ଷା, ସ୍ୱାସ୍ଥ୍ୟ, କୃଷି, ବେସାମରିକ ଯୋଗାଣ, ଜଳସେଚନ, ସାମାଜିକ ସୁରକ୍ଷା, ପୂର୍ତ, ବିଦ୍ୟୁତ, ଗ୍ରାମ୍ୟ ଉନ୍ନୟନ, ଶିଶୁ ସୁରକ୍ଷା, ଜିଲ୍ଲା, ତହସିଲ, ବ୍ଲକ ଇତ୍ୟାଦି ବିଭାଗୀୟ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ଆପତି ଅଭିଯୋଗର ଶୁଣାଣି କରି ଏହି ସବୁ ସମସ୍ୟାର ତୁରନ୍ତ ସମାଧାନ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଥି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ ।

ଏହି ଶିବିରରେ ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଦୟାମୟ ପାଢି, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ, (ପ୍ରବେଶନ) ଅନିମେସ ପ୍ରଧାନ, ଉପଜିଲ୍ଲାପାଳ ଭବାନୀପାଟଣା ପ୍ରଭାତ କୁମାର ପରିଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ମିନତୀ ଲତା ଦାସ, ଜିଲ୍ଲା ମୁଖ୍ୟ ବେସାମରିକ ଯୋଗାଣ ଅଧିକାରୀ ପବିତ୍ର କୁମାର ସାହୁ, ମୁଖ୍ୟ ଜିଲା କୃଷି ଅଧିକାରୀ ମଳୟ କୁମାର ପରିଡା, ସହ ନିର୍ଦ୍ଦେଶକ ଜିଲ୍ଲା ସ୍ୱଳ୍ପ ସଂଚୟ ଓ ଜିଲ୍ଲା ସଂସ୍କୃତି ଅଧିକାରୀ ବିବେକାନନ୍ଦ ମହାନନ୍ଦ,ପି ଡି, ଡୁଡା, ମୁନିନ୍ଦ୍ର ହୋନନା ଗା, ଡେପୁଟି କଲେକ୍ଟର ଚିତରଞ୍ଜନ ପିଲା, ତହସିଲଦାର, ଶୁଭସ୍ମିତା ମିଶ୍ର, ଜିଲ୍ଲା ପଂଚାୟତ ଅଧିକାରୀ ନୃସିଂହ ଚରଣ ପଟ୍ଟନାୟକ,ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହଳଧର ନିଆଲ, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ ମୁଜିବୁନ୍ ନିଶା,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବୀରେନ୍ଦ୍ର କୁମାର କହଁର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶୈଳେନ୍ଦ୍ର ମହାପାତ୍ର ଙ୍କ ସମେତ ବିଭିନ୍ନ ବିଭାଗୀୟ ଜିଲ୍ଲାସ୍ତରୀୟ ଅଧିକାରୀ ପ୍ରମୁଖ ଯୋଗ ଦେଇଥିଲେ ।

ହିନ୍ଦୁସ୍ଥାନ ସମାଚାର/ଜୟକୃଷ୍ଣ/ଭାନୁ

ହିନ୍ଦୁସ୍ଥାନ ସମାଚାର / ଜୟକୃଷ୍ଣ


 rajesh pande