କେନ୍ଦୁଝରଠାରେ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୧୯୮ ଅଭିଯୋଗ
କେନ୍ଦୁଝର, ୨ ଜୁନ ( ହି . ସ )ଆଜି ୨ତ।ରିଖ ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ସଭାପତିତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୧୯୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା ।
ଅଭିଯୋଗ ଶୁଣାଣୀ


କେନ୍ଦୁଝର, ୨ ଜୁନ ( ହି . ସ )ଆଜି ୨ତ।ରିଖ ସୋମବାର ଦିନ ଜିଲ୍ଲାପାଳ ଶ୍ରୀ ବିଶାଲ ସିଂହଙ୍କ ସଭାପତିତ୍ୱରେ କେନ୍ଦୁଝର ଜିଲ୍ଲା ସଦର ମହକୁମାସ୍ଥ ଦରବାର ହଲ୍‌ଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୋଟ୍ ୧୯୮ଟି ଅଭିଯୋଗ ଗ୍ରହଣ କରାଯାଇଥିଲା । ସମୁଦାୟ ଅଭିଯୋଗ ମଧ୍ୟରୁ ୩୮ଟି ଅଭିଯୋଗ ଗୋଷ୍ଠୀ ସମସ୍ୟା/ଗ୍ରାମ୍ୟ ସମସ୍ୟାମୂଳକ ହୋଇଥିବାବେଳେ ୧୬୦ଟି ଅଭିଯୋଗ ବ୍ୟକ୍ତିଗତ ସମସ୍ୟା ଉପରେ ପର୍ଯ୍ୟବେସିତ ଥିଲା । ସେଥିମଧ୍ୟରୁ ୫୭ଟି ଅଭିଯୋଗର ତୁରନ୍ତ ଫଇସଲା କରାଯାଇଥିଲା। ଜିଲ୍ଲା ରେଡ଼କ୍ରସ ପାଣ୍ଠିରୁ ସହାୟତା ପାଇଁ ୧୫ଟି ଆବେଦନପତ୍ର ଗ୍ରହଣ କରାଯାଇଥିଲା। ଏହି ଶୁଣାଣିରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ନୀତିନ କୁଶଳକର, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ମନ୍ଦରଧର ମହାଳିକ, ଜିଲ୍ଲାପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ କୁମାର ନାଗଭୁଷଣ, ଜିଲ୍ଲା ମୁଖ୍ୟ ଚିକିତ୍ସା ଏବଂ ଜନ ସ୍ୱାସ୍ଥ୍ୟ ଅଧିକାରୀ ଡାଃ କିଶୋର କୁମାର ପୃଷ୍ଟି, ଏବଂ ସହକାରୀ ଜିଲ୍ଲାପାଳ ସରୋଜ କୁମାର ମଲ୍ଲିକଙ୍କ ସମେତ ଜିଲ୍ଲାସ୍ତରର ବିଭିନ୍ନ ବିଭାଗୀୟ ଅଧିକାରୀମାନେ ଏଥିରେ ଯୋଗଦେଇଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ବିଭୁତି


 rajesh pande