ଭୁବନେଶ୍ୱର,୨୦ ଜୁନ (ହି.ସ) - ବ୍ରହ୍ମଗିରିର ବିଧାୟିକା ଉପାସନା ମହାପାତ୍ରଙ୍କୁ ଜନ୍ମଦିନର ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ବ୍ରହ୍ମଗିରିର ଲୋକପ୍ରିୟ ବିଧାୟିକା ଉପାସନା ମହାପାତ୍ରଙ୍କୁ ଜନ୍ମଦିନ ଅବସରରେ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭକାମନା। ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସୁଖୀ, ନିରୋଗ ଓ ଦୀର୍ଘାୟୁ କରିବା ସହ ଜନସେବା ପାଇଁ ଅସୀମ ଶକ୍ତି ପ୍ରଦାନ କରନ୍ତୁ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା