ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୦ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୦ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢ଼େଙ୍କାନାଳ, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ।

ଆସନ୍ତାକାଲି ଅର୍ଥାତ୍ ୨୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର,ସୁନ୍ଦରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୨ ତାରିଖ ପାଇଁ ୫ ଜିଲ୍ଲା, ୨୩ ତାରିଖ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ଗୋଟିଏ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande