ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 20 ଜୁନ୍ (ହି.ସ.) - ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶା ମାଟିର ମାତୃଶକ୍ତିର ପ୍ରତୀକ, ଆମର ଗର୍ବ ଗୌରବ ମହାମହିମ
ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 20 ଜୁନ୍ (ହି.ସ.)

- ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ଶୁଭେଚ୍ଛା

ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ

କହିଛନ୍ତି ଯେ, ଓଡ଼ିଶା ମାଟିର ମାତୃଶକ୍ତିର ପ୍ରତୀକ, ଆମର ଗର୍ବ ଗୌରବ ମହାମହିମ

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ଜନ୍ମଦିନର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ।

ଆପଣଙ୍କ ଜୀବନ ସଂଘର୍ଷ, ସମର୍ପଣ ଏବଂ ସଫଳତାର ଏକ ଅସାଧାରଣ

ଉଦାହରଣ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,ଏକ ସାଧାରଣ ଆଦିବାସୀ ପରିବାରରୁ ରାଷ୍ଟ୍ରପତି ଭବନ ପର୍ଯ୍ୟନ୍ତ ଆପଣଙ୍କର ଯାତ୍ରା ସମସ୍ତ

ଦେଶବାସୀଙ୍କ ପାଇଁ ଅତ୍ୟନ୍ତ ପ୍ରେରଣାଦାୟୀ। ଆପଣଙ୍କ ସରଳତା, କର୍ତ୍ତବ୍ୟ ଏବଂ ଦେଶ

ପ୍ରତି ସମର୍ପଣ ଆମ ସମସ୍ତଙ୍କ ପାଇଁ ଆଦର୍ଶ। ଏହି ଶୁଭ ଅବସରରେ,

ମହାପ୍ରଭୁ

ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରୁଛି। ଆପଣଙ୍କ

ନେତୃତ୍ୱରେ ଭାରତ ନିରନ୍ତର ପ୍ରଗତି ପଥରେ ଆଗେଇ ଚାଲିଥାଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande