ଭୁବନେଶ୍ୱର, 20 ଜୁନ୍ (ହି.ସ.)- ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ବିୟୋଗରେ ଶୋକ
ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତାଙ୍କର ବିୟୋଗ ସାମ୍ବାଦିକତା କ୍ଷେତ୍ର
ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶିଷ୍ଟ ସମାଜସେବୀ ତଥା
ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଅକାଳ ବିୟୋଗ ବିଷୟରେ ଜାଣି ମୁଁ ଗଭୀର
ଦୁଃଖିତ ଓ ମର୍ମାହତ । ସେ ଜଣେ ସରଳ, ସମର୍ପିତ ଓ ସମାଜମନସ୍କ ବ୍ୟକ୍ତି ଥିଲେ ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଦୈନିକ ‘ସମାଜ’
ଖବରକାଗଜର
ସମ୍ପାଦକ ଓ ପ୍ରକାଶକ ତଥା ‘ସମାଜ’
ରିଲିଫ
କମିଟିର ମୁଖ୍ୟ ଭାବରେ ଓଡ଼ିଶାର ସାମ୍ବାଦିକତା ଓ ସମାଜସେବା କ୍ଷେତ୍ରରେ ନୂଆ ଉଦାହରଣ ସୃଷ୍ଟି
କରିଥିଲେ। ତାଙ୍କର ବିୟୋଗ ସାମ୍ବାଦିକତା କ୍ଷେତ୍ର ପାଇଁ ଏକ ଅପୂରଣୀୟ କ୍ଷତି ।
ମହାପ୍ରଭୁଙ୍କ ଚରଣରେ ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ
ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା