ଭୁବନେଶ୍ୱର,୨୧ ଜୁନ (ହି.ସ)- ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ଶ୍ରୀମତୀ ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ ।
ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ନିମନ୍ତେ ଶ୍ରୀମତୀ ଦାସ କିଛି ପ୍ରସ୍ତାବ ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କ ଆଗରେ ଉପସ୍ଥାପନ କରିଛନ୍ତି । ଏହିସବୁ ପ୍ରସ୍ତାବରେ ଆଗେଇବା ନିମନ୍ତେ ସେ ଓଡ଼ିଶା ସରକାର, ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ଏବଂ ସଂସ୍କୃତି ମନ୍ତ୍ରୀ ତଥା ବିଭାଗର ସହାୟତା ଲୋଡ଼ିଛନ୍ତି।
ପ୍ରସ୍ତାବ ଗୁଡିକ ଉପରେ ବିଭାଗୀୟ ଆଲୋଚନା ପରେ ସରକାରଙ୍କ ତରଫରୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଛନ୍ତି । ଓଡ଼ିଶାର କଳା, ସଂସ୍କୃତିର ପ୍ରଚାର ପ୍ରସାର ଦିଗରେ କରୁଥିବା ପ୍ରୟାସ ନିଶ୍ଚିତରୂପେ ସ୍ୱାଗତଯୋଗ୍ୟ ପଦକ୍ଷେପ ବୋଲି ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା