ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଶାସ୍ତ୍ରୀ ନଗର ମଧ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ
ବଲାଙ୍ଗିର, 22 ଜୁନ୍ (ହ ସ) ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଶାସ୍ତ୍ରୀ ନଗର, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା l ଉକ୍ତ ଦିବସ କୁ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ କରାଯାଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତି
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଶାସ୍ତ୍ରୀ ନଗର ମଧ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ


ବଲାଙ୍ଗିର, 22 ଜୁନ୍ (ହ ସ) ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ଶାସ୍ତ୍ରୀ ନଗର, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ଆନ୍ତର୍ଜାତିକ ଯୋଗ ଦିବସ ପାଳନ କରାଯାଇଥିଲା l

ଉକ୍ତ ଦିବସ କୁ ବିଶ୍ୱବ୍ୟାପୀ ଜୁନ ୨୧ ତାରିଖରେ ପାଳନ କରାଯାଏ । ଆନ୍ତର୍ଜାତିକ ସ୍ତରରେ ଏହାକୁ ପାଳନ କରିବା ପାଇଁ ମିଳିତ ଜାତିସଂଘ ଅଧିବେସନଦ୍ୱାରା ଡିସେମ୍ବର ୧୧, ୨୦୧୪ରେ ସଂକଳ୍ପ ହୋଇଥିଲା । ଯୋଗ ମୂଲ୍ୟବୋଧକୁ ସମ୍ମାନ ଦେବା ସହ ବିଶ୍ୱର କୋଣ ଅନୁକୋଣେ ଯୋଗକୁ ପହଞ୍ଚାଇବା ପାଇଁ ଭାରତ ପ୍ରସ୍ତାବ ଦେଇଥିଲା । ଅଳ୍ପ କେତୋଟି ମୁସଲିମ ରାଷ୍ଟ୍ରକୁ ବାଦ ଦେଲେ ପ୍ରାୟ ସମସ୍ତ ଦେଶ ଏହାକୁ ପାଳନ ଲାଗି ସମର୍ଥନ କରିଥିଲେ ବୋଲି ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସ୍ୱାସ୍ଥ୍ୟ କେନ୍ଦ୍ର ର ମେଡିକାଲ ଅଫିସର ଡା.ନିହାର ରଞ୍ଜନ ବହିଦାର ସମସ୍ତ ଯୋଗ ଦିବସ ରେ ଅଂଶ ଗ୍ରହଣ କରିଥିବା ସ୍ୱାସ୍ଥ୍ୟ ସେବା ପ୍ରଦାନକାରି ଙ୍କୁ ଜଣାଇଥିଲେ।

ଯୋଗ, ଏକ ଶାରୀରିକ, ମାନସିକ ଏବଂ ଆଧ୍ୟାତ୍ମିକ ଅଭ୍ୟାସ । । ପ୍ରାୟ ୬୦୦୦ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବାର ଅନୁମାନ କରାଯାଏ । ଯୋଗଦ୍ୱାରା ସ୍ୱାସ୍ଥ୍ୟଗତ ଲାଭ ସମସ୍ତେ ନେବା ଓ ଏହାକୁ ଦୈନିକ ନିଜ ଦିନଚର୍ଯାରେ ଅଂଶିଭୂତ ପାଇଁ ଅନୁରୋଧ କରିବା ସହ ଭାରତ ଏହାକୁ ନିଜର ବୌଦ୍ଧିକ ସମ୍ପତି ଦାବୀ କରେନାହିଁ ବୋଲି ସ୍ପଷ୍ଟୋକ୍ତି ଦେଇଥିଲେ ଯୋଗ ପ୍ରଶିକ୍ଷକ ଶ୍ରୀ ସୁରଜ ବକୁଳ

---------------

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande