ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୨ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳ(ପିଟିଓ)ରେ ୪୭.୦ ମି.ମି., ଢ଼େଙ୍କାନାଳରେ ୪
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା : ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୨ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗିରେ ସର୍ବାଧିକ ୬୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଢ଼େଙ୍କାନାଳ ଜିଲ୍ଲାର ଢ଼େଙ୍କାନାଳ(ପିଟିଓ)ରେ ୪୭.୦ ମି.ମି., ଢ଼େଙ୍କାନାଳରେ ୪୨.୨ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୪୨.୦ ମି.ମି., ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୪୧.୦ ମି.ମି., ଅନୁଗୁଳ ଜିଲ୍ଲାର ତାଳଚେରରେ ୩୬.୪ ମି.ମି., ଢ଼େଙ୍କାନାଳ ଜିଲ୍ଲାର ପର୍ଜଙ୍ଗରେ ୩୫.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୩୧.୨ ମି.ମି., ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡାରେ ୩୧.୦ ମି.ମି., ପଡିଆରେ ୩୦.୪ ମି.ମି., ସୋନପୁରରେ ୨୭.୦ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୨୬.୪ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୨୬.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande