ଭୁବନେଶ୍ୱର, ୨୨ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ନୟାଗଡ଼, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ବାଦ୍ ଦେଇ ଅନ୍ୟ ୨୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ଆସନ୍ତାକାଲି ଅର୍ଥାତ୍ ୨୩ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୩ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ