ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୪୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ
ସୁବର୍ଣ୍ଣପୁର, ୨୩ ଜୁନ୍ (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଓ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋ
ଉଲୁଣ୍ଡା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :  * ବିଭିନ୍ନ ୪୫ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

ସୁବର୍ଣ୍ଣପୁର, ୨୩ ଜୁନ୍ (ହି.ସ.)- ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଓ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୪୫ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୩୨ ଗୋଟି ଗ୍ରହଣ କରାଯାଇଥିବା ବେଳେ ୧୩ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି l ଗୋଟିଏ ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସହାୟତା ନିମନ୍ତେ ଗ୍ରହଣ କରାଯାଇଛି। ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି ।

ବିଡିଓ ଚିନ୍ମୟ ମହାନନ୍ଦଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ମୁଖ୍ୟ ଉନ୍ନୟନ ଅଧିକାରୀ ଓ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ସୁବ୍ରତ କୁମାର ମେହେର ସମେତ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ, ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ

 rajesh pande