ଭୁବନେଶ୍ୱର, ୨୩ ଜୁନ୍ (ହି.ସ.)- ଆଗାମୀ ୬ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୨୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୫ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୫ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ