ଭୁବନେଶ୍ୱର, ୨୪ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ତିରିଂରେ ସର୍ବାଧିକ ୯୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ରାୟଗଡ଼ା ଜିଲ୍ଲାର କାଶୀପୁରରେ ୬୯.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର କପ୍ତିପଦାରେ ୬୮.୦ ମି.ମି., କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ିରେ ୬୭.୦ ମି.ମି., କେ. ନୂଆଗାଁରେ ୬୩.୩ ମି.ମି., ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୬୦.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୂଳ ରାମପୁରରେ ୬୦.୦ ମି.ମି., ଯାଜପୁର ଜିଲ୍ଲାର କୋରେଇରେ ୪୭.୦ ମି.ମି., ବଲାଙ୍ଗିର ଜିଲ୍ଲାର ବଲାଙ୍ଗିରରେ ୪୫.୪ ମି.ମି., ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ୪୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବିଜାତଳାରେ ୪୪.୦ ମି.ମି., କୋରାପୁଟ ଜିଲ୍ଲାର ନନ୍ଦପୁରରେ ୪୪.୦ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୪୩.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ