କେନ୍ଦୁଝର, ୨୬ ଜୁନ୍ (ହି.ସ.)- କଂଗ୍ରେସ ଦ୍ଵାରା ଜାରି କରାଯାଇଥିବା ଜରୁରୀକାଳୀନ ପରିସ୍ଥିତି କଳା ଅଧ୍ୟାୟର ୫୦ ବର୍ଷ କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀର ଆଲୋଚନାଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗୁରୁବାର ଜିଲ୍ଲା ବିଜେପି କାର୍ଯ୍ୟାଳୟ ଠାରେ କେନ୍ଦୁଝର ସଦର ନିର୍ବାଚନ ମଣ୍ଡଳୀ ର ସଂଯୋଜକ ବିବେକାନନ୍ଦ ମହାନ୍ତଙ୍କ ସଂଯୋଜନାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ କେନ୍ଦୁଝର ସାଂସଦ ଅନନ୍ତ ନାୟକ ଯୋଗଦେଇ ତତ୍କାଳୀନ କଂଗ୍ରେସ ସରକାର କିଭଳି ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁକରି ଗଣତାନ୍ତ୍ରିକ ପଦ୍ଧତିରେ ଆନ୍ଦୋଳନ କରୁଥିବା ଲୋକଙ୍କୁ ଅଗଣତନ୍ତ୍ରିକ ଭାବେ ଜବରଦସ୍ତ ଜେଲରେ ପୁରାଇବା ସହିତ ବର୍ବରଚିତ ଆକ୍ରମଣ କରାଯାଇଥିଲା ସେସମ୍ପର୍କରେ ଉପସ୍ଥିତ କାର୍ଯ୍ୟକର୍ତ୍ତା ମାନଙ୍କୁ ବିସ୍ତୃତ ଅଭିଭାଷଣ ରଖିଥିଲେ।
ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା, ଉପସଭାପତି ଗୋପୀନାଥ ରାମ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟା କିରଣବାଳା ନାୟକ, ପୂର୍ବତନ ସାଧାରଣ ସମ୍ପାଦକ ସୁବ୍ରତ ମହାନ୍ତି,ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଭାଗିରଥି ସିଂହ, ସାଧାରଣ ସମ୍ପାଦକ ରାଜେଶ ସିଂ ପ୍ରମୁଖ ମଞ୍ଚାସିନ ହୋଇଥିଲେ। ଜିଲ୍ଲା କୃଷକ ମୋର୍ଚ୍ଚା ସଭାପତି ଭାଗିରଥି ସିଂହ ସେସରେ ଧନ୍ୟବାଦ ଅଭିଭାଷଣ ରଖି କାର୍ଯ୍ୟକ୍ରମ ସମାପ୍ତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ସଦର ନିର୍ବାଚନ ମଣ୍ଡଳୀର ଶତାଧିକ କାର୍ଯ୍ୟକର୍ତ୍ତା ଏବଂ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।
ହିନ୍ଦୁସ୍ଥାନ ସମାଚାର / SANTOSH MOHAPATRA