ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୬ ଜୁନ୍ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା, କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୫ ଦିନ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲା (କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର )କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୯ ଜିଲ୍ଲା (ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ଅର୍ଥାତ୍ ୨୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୪ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଭୀଷଣ ବର୍ଷା ନେଇ ୨୮ ତାରିଖ ୪ ଜିଲ୍ଲା, ୨୯ ତାରିଖ ୩ ଜିଲ୍ଲା, ୩୦ ତାରିଖ ୧୧ ଜିଲ୍ଲା, ଜୁଲାଇ ୧ ତାରିଖ ୮ ଜିଲ୍ଲା ଏବଂ ୨ ତାରିଖ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande