ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଅତି ଭୀଷଣ ବର୍ଷା, ୨୮ ସ୍ଥାନରେ ଭୀଷଣ ବର୍ଷା : ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ସର୍ବାଧିକ ୧୭୧.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୨୬ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୨୮ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ସର୍ବାଧିକ ୧୭୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ୧୫୭.୦ ମି.ମି., କୋରାପୁ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ ସ୍ଥାନରେ ଅତି ଭୀଷଣ ବର୍ଷା, ୨୮ ସ୍ଥାନରେ ଭୀଷଣ ବର୍ଷା : ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ସର୍ବାଧିକ ୧୭୧.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୨୬ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ୫ଟି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୨୮ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ବଲାଙ୍ଗିର ଜିଲ୍ଲାର ପାଟଣାଗଡ଼ରେ ସର୍ବାଧିକ ୧୭୧.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଅନୁଗୁଳ ଜିଲ୍ଲାର ଟିକରପଡ଼ାରେ ୧୫୭.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୧୪୯.୦ ମି.ମି., ନବରଙ୍ଗପୁର ଜିଲ୍ଲାର ପାପଡ଼ାହାଣ୍ଡିରେ ୧୨୦.୦ ମି.ମି., କଟକ ଜିଲ୍ଲାର ନରସିଂହପୁରରେ ୧୧୬.୦ ମି.ମି., ନୟାଗଡ଼ ଜିଲ୍ଲାର ଗଣିଆରେ ୧୧୪.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୧୦୫.୦ ମି.ମି., ସୋନପୁର ଜିଲ୍ଲାର ବୀରମହାରାଜପୁରରେ ୧୦୪.୦ ମି.ମି., ନବରଙ୍ଗପୁର ଜିଲ୍ଲାର କୋଷାଗୁମୁଡ଼ାରେ ୯୭.୬ ମି.ମି., ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୯୫.୬ ମି.ମି., କଂଟାମାଳରେ ୯୦.୪ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୮୯.୦ ମି.ମି. ଏବଂ ବାଲେଶ୍ୱର ଜିଲ୍ଲାର ରେମୁଣାରେ ୮୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande