ଅନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣର ସଚେତନତା କାର୍ଯ୍ୟକ୍ରମ
କେନ୍ଦ୍ରାପଡ଼ା, ୨୭ ଜୁନ୍‌(ହି.ସ.) – କେନ୍ଦ୍ରାପଡ଼ା ଜିଲ୍ଲା ଅବକାରୀ ବିଭାଗ ତରଫରୁ ଅନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୁଦ୍ଧରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ର
ଅନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣର ସଚେତନତା କାର୍ଯ୍ୟକ୍ରମ


କେନ୍ଦ୍ରାପଡ଼ା, ୨୭ ଜୁନ୍‌(ହି.ସ.) – କେନ୍ଦ୍ରାପଡ଼ା ଜିଲ୍ଲା ଅବକାରୀ ବିଭାଗ ତରଫରୁ ଅନ୍ତର୍ଜାତୀୟ ନିଶାଦ୍ରବ୍ୟର ଅପବ୍ୟବହାର ଓ ଚୋରାଚାଲାଣ ବିରୁଦ୍ଧରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମର ରଥସହ ଶତାଧିକ ବିଦ୍ୟାଳୟର ଛାତ୍ର/ଛାତ୍ରୀ, ଜନସାଧାରଣ, ଅଙ୍ଗନୱାଡି କର୍ମୀ ଓ ସ୍ୱେଚ୍ଛାସେବୀ ଅନୁଷ୍ଠାନର କର୍ମକର୍ତା ବିଭିନ୍ନ କାର୍ଯ୍ୟାଳୟର ଅଧିକାରୀ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି ଶୋଭାଯାତ୍ରାକୁ ଅତିରିକ୍ତ ଜିଲ୍ଲାପାଳ ନବକୃଷ୍ଣ ଜେନା ଉଦ୍‌ଘାଟନ କରିଥିଲେ। ଶୋଭାଯାତ୍ରାଟି ପୈାରାଂଚଳ ଟାଉନ୍‌ହଲ୍‌ରେ ପହଂଚିବା ପରେ ସେଠାରେ ଏକ ସଚେତନତା ସଭାର ଆୟୋଜନ କରାଯାଇଥିଲା।

ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ରବିନ୍ଦ୍ର କୁମାର ମଲ୍ଲିକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ପ୍ରମୋଦ କୁମାର ପ୍ରହରାଜ, ଉପଜିଲ୍ଲାପାଳ ଅରୁଣ କୁମାର ସାହୁ, ଅବକାରୀ ବିଭାଗ ଅଧ୍ୟକ୍ଷ ବିପ୍ରଚରଣ ମଣ୍ଡଳ, ଡିଏସ୍‌ଏସ୍‌ଓ ରୂପାଲି ପ୍ରିୟଦର୍ଶନୀ, ଜିଲ୍ଲା ଶିକ୍ଷା ଅଧିକାରୀ ବସନ୍ତ କୁମାର ନାୟକ, ଡିଏସ୍‌ଓ ଲୋକନାଥ ପାଣିଗ୍ରାହୀ, ବ୍ରହ୍ମାକୁମାରୀ ଭଉଣୀ ସ୍ନେହ ଓ ସଂଯୁକ୍ତା, ଡିଏସ୍‌ଡବ୍ଲୁଓ ମନୋରମା ସ୍ୱାଇଁ ପ୍ରମୁଖ ଉପସ୍ଥିତ ଥିଲେ। ଅବକାରୀ ବିଭାଗ ପକ୍ଷରୁ ନିଶାନୁହେଁ ଜୀବନ କାର୍ଯ୍ୟକ୍ରମରେ ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତାରେ ଅଂଶଗ୍ରହଣ କରି ପ୍ରଥମ, ଦ୍ୱିତୀୟ ଓ ତୃତୀୟସ୍ଥାନ ଅଧିକାର କରିଥିବା ସମସ୍ତ ଛାତ୍ରଛାତ୍ରୀଙ୍କୁ କାର୍ଯ୍ୟକ୍ରମରେ ପୁରସ୍କୃତ କରାଯାଇଥିଲା। ସଭା ଶେଷରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ବିଜୟ କେତନ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

ହିନ୍ଦୁସ୍ଥାନ ସମାଚାର/ରବି/ବୀଣାପାଣି

.......................................

ହିନ୍ଦୁସ୍ଥାନ ସମାଚାର / ରବି


 rajesh pande