ଭୁବନେଶ୍ୱର, ୨୭ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୮ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ଜଗତସିଂହପୁର ଜିଲ୍ଲାର ବାଲିକୁଦାରେ ସର୍ବାଧିକ ୧୪୫.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ପୁରୀ ଜିଲ୍ଲାର କାକଟପୁରରେ ୧୦୯.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ରେ ୧୦୨.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବେତନଟୀରେ ୮୫.୫ ମି.ମି., କପ୍ତିପଦାରେ ୭୮.୦ ମି.ମି., ନୟାଗଡ଼ ଜିଲ୍ଲାର ନୟାଗଡ଼ରେ ୭୭.୦ ମି.ମି., ପୁରୀ ଜିଲ୍ଲାର ନିମାପଡ଼ାରେ ୬୯.୬ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗରରେ ୬୬.୦ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୬୫.୦ ମି.ମି., ବାଲେଶ୍ୱର ଜିଲ୍ଲାର ଜଇପୁରରେ ୬୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ାରେ ୬୦.୦ ମି.ମି., ବୌଦ୍ଧ ଜିଲ୍ଲାର କଂଟାମାଳରେ ୫୯.୨ ମି.ମି. ଏବଂ କଟକ ଜିଲ୍ଲାର କଟକରେ ୫୮.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ