ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ଜୁନ୍ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲା (
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ; ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ଜୁନ୍ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୬ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲି ଅର୍ଥାତ୍ ୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୫ ଜିଲ୍ଲା (କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା ନେଇ ୨୯ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଜୁଲାଇ ୧ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଭୀଷଣ ବର୍ଷା ନେଇ ୨ ତାରିଖରେ ୫ ଜିଲ୍ଲା ଏବଂ ୩ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande