ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ - ରାଷ୍ଟ୍ରପତି
ନୂଆଦିଲ୍ଲୀ, 27 ଜୁନ୍ (ହି.ସ.) - ପବିତ୍ର ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ରପତି କହିଛନ୍ତି ଯେ, ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ
ଶ୍ରୀଜୀଉମାନଙ୍କ ମାନବୀୟ     ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ - ରାଷ୍ଟ୍ରପତି


ନୂଆଦିଲ୍ଲୀ, 27 ଜୁନ୍ (ହି.ସ.)

- ପବିତ୍ର

ରଥଯାତ୍ରାର ଶୁଭକାମନା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏନେଇ ସୋସିଆଲ ମିଡିଆ

ଏକ୍ସରେ ରାଷ୍ଟ୍ରପତି କହିଛନ୍ତି ଯେ, ପବିତ୍ର ରଥଯାତ୍ରା ଉପଲକ୍ଷେ ମୁଁ ଦେଶ-ବିଦେଶରେ ରହୁଥିବା

ମହାପ୍ରଭୁ ଜଗନ୍ନାଥଙ୍କ ଭକ୍ତଗଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ରଥ ଉପରେ ବିଜେ

ବଡ଼ଠାକୁର ବଳଭଦ୍ର, ମହାପ୍ରଭୁ ଶ୍ରୀଜଗନ୍ନାଥ, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କୁ ଦର୍ଶନ କରି ଲକ୍ଷ ଲକ୍ଷ ଭକ୍ତ ଦିବ୍ୟ ଅନୁଭୂତି

ଲାଭ କରିଥାନ୍ତି । ଶ୍ରୀଜୀଉମାନଙ୍କ ମାନବୀୟ ଲୀଳା ହିଁ ରଥଯାତ୍ରାର ବିଶେଷତ୍ୱ । ସାରା

ପୃଥିବୀରେ ଶାନ୍ତି, ମୈତ୍ରୀ ଓ ସଂପ୍ରୀତି ଅବ୍ୟାହତ ରହୁ, ଏହି ପୁଣ୍ୟ ଅବସରରେ ଏହା ମୋର ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande