ଭୁବନେଶ୍ୱର, ୨୮ ଜୁନ୍ (ହି.ସ.)- ପିପିଲିଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ରିମିଝିମି ପ୍ରିୟଦର୍ଶିନୀ ସାହୁ, ଏଲିନା ଦାସ ଓ କାଜଲ ଦାସ ପ୍ରାଣ ହରାଇଥିବା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ପ୍ରତି ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା