ଡେରାଡୁନ୍, ୨୮ ଜୁନ୍ (ହି.ସ.)- ପାଣିପାଗ ବିଭାଗ ଆଗାମୀ ୨୪ ଘଂଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି । ରାଜ୍ୟର ପାର୍ବତ୍ୟାଚଂଳରେ ରହିଥିବା ଜିଲ୍ଲା ଗୁଡିକ ଯଥା, ରୁଦ୍ରପ୍ରୟାଗ, ଚାମୋଲି, ପିଥୌରାଗଡ଼, ବାଗେଶ୍ୱର ଏବଂ ଅନ୍ୟାନ୍ୟ ଜିଲ୍ଲାରେ ଲୋକଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ବାଗେଶ୍ୱର ଜିଲ୍ଲାକୁ ରେଡ୍ ଆଲର୍ଟ ଘୋଷଣା କରାଯାଇଛି । ବାଗେଶ୍ୱର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନୈନିତାଲ, ଡେରାଡୁନ୍ ସମେତ ଅନ୍ୟାନ୍ୟ ଜିଲ୍ଲାରେ ମଧ୍ୟ ବର୍ଷାର ସମ୍ଭାବନା ରହିଛି । ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତୃପକ୍ଷ ସମସ୍ତ ଜିଲ୍ଲାକୁ ସତର୍କ ରହିବାକୁ ଏବଂ ପ୍ରତ୍ୟେକ ପରିସ୍ଥିତିର ମୁକାବିଲା କରିବାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ