ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ
ଓଡ଼ିଶାରେ ବନ୍ଦରଭିତ୍ତିକ ଶିଳ୍ପର ବିକାଶ ଉପରେ ଆଲୋଚନା ଭୁବନେଶ୍ୱର, 29 ଜୁନ୍ (ହି.ସ.) ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍
ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ଗୌତମ ଆଦାନୀ


ଓଡ଼ିଶାରେ ବନ୍ଦରଭିତ୍ତିକ ଶିଳ୍ପର ବିକାଶ ଉପରେ ଆଲୋଚନା

ଭୁବନେଶ୍ୱର, 29 ଜୁନ୍ (ହି.ସ.)

ବିଶିଷ୍ଟ ଶିଳ୍ପପତି ତଥା ଆଦାନୀ ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଗୌତମ ଆଦାନୀ ରାଜ୍ୟ ଅତିଥି ଭବନ ଠାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।

ଏହି ଅବସରରେ ଉଭୟଙ୍କ ମଧ୍ୟରେ ରାଜ୍ୟର ଶିଳ୍ପ ବିକାଶ ସମ୍ପର୍କରେ ଆଲୋଚନା ହୋଇଥିଲା । ବିଶେଷକରି ଶିଳ୍ପ ଭିତ୍ତିକ ବିକାଶ, ସବୁଜ ଶକ୍ତି ବା ଗ୍ରୀନ ଓ ରିନିୱେବ୍‍ଲ ଏନର୍ଜିର ଉତ୍ପାଦନ ଏବଂ କୋଲ ଗ୍ୟାସିଫିକେସନ୍ ପ୍ଲାଣ୍ଟ ସ୍ଥାପନ ଉପରେ ଆଲୋଚନା ହୋଇଥିଲା ।

ସୂଚନାଯୋଗ୍ୟ ଯେ, ଉତ୍କର୍ଷ ଓଡ଼ିଶା – ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ପରେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱ ରାଜ୍ୟ ସରକାର ରାଜ୍ୟରେ ଶିଳ୍ପ ବିକାଶର ଗତିକୁ ତ୍ୱରାନ୍ୱିତ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି । ନିକଟରେ ଗୋପାଳପୁର ବନ୍ଦରର ବିକାଶ ପାଇଁ ରାଜ୍ୟ ସରକାର ଏକ କନସେସନ୍‍ ଏଗ୍ରିମେଣ୍ଟ କରିଛନ୍ତି । ଏଥିରେ ଆଦାନୀ ଗ୍ରୁପ ପକ୍ଷରୁ ୧୬,୫୫୪ କୋଟି ଟଙ୍କା ବିନିଯୋଗ କରାଯାଉଛି ଏବଂ ଏହାଦ୍ୱାରା ଗୋପାଳପୁର ବନ୍ଦରର ପଣ୍ୟ ପରିବହନ କ୍ଷମତା ୫୦ ମିଲିଅନ ମେଟ୍ରିକ୍‍ ଟନକୁ ବୃଦ୍ଧି ପାଇବ । ୫୦୦୦ ନିଯୁକ୍ତି ସମ୍ଭାବନା ମଧ୍ୟ ସୃଷ୍ଟି ହେବ ।

ଏହି ଆଲୋଚନା ସମୟରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଓ ଶିଳ୍ପ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande