ଭୁବନେଶ୍ୱର, ୨୯ ଜୁନ୍ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତ୍ୟଧିକ ଭୀଷଣ ବର୍ଷା ନେଇ ୪ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼)କୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୭ ଜିଲ୍ଲା (ଭଦ୍ରକ, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ଅର୍ଥାତ୍ ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଜୁଲାଇ ୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ଭୀଷଣ ବର୍ଷା ନେଇ ୨ ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୪ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ