ପୁରୀ, ୨୯ ଜୁନ୍ (ହି.ସ.)- ଆସନ୍ତାକାଲି ଆଷାଢ଼ ଶୁକ୍ଳ ଚତୁର୍ଥୀ ଯୁକ୍ତ ପଂଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ରାତି ୯ଟା ଠାରୁ ୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦତ ମହାପାତ୍ର ସେବକମାନେ ଶ୍ରୀଜୀଉଙ୍କ ଏହି ଗୁପ୍ତ ନୀତି ସମାପନ କରିବେ ।
ଶ୍ରୀଜୀଉଙ୍କ ବନକ ଲାଗି ତଥା ଶ୍ରୀମୁଖ ଶୃଙ୍ଗାରରେ ପ୍ରାକୃତିକ ରଙ୍ଗ ହିଙ୍ଗୁଳ, ହରିତାଳ, ପ୍ରିୟଙ୍ଗୁ, କସ୍ତୁରୀ, କଳା, ଧଳା ଓ ନାଲି ରଙ୍ଗର ବ୍ୟବହାର ହୋଇଥାଏ । ବନକଲାଗି ଶ୍ରୀଜୀଉଙ୍କ ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ଗର୍ଭଗୃହର ସମସ୍ତ ଦ୍ୱାର ବନ୍ଦ ରହିଥାଏ । ବନକଲାଗି ପରେ ମହାପ୍ରଭୁଙ୍କ ମହାସ୍ନାନ ନୀତି ଅନୁଷ୍ଠିତ ହୋଇଥାଏ ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ