ଭୁବନେଶ୍ୱର, 29 ଜୁନ୍ (ହି.ସ.)- କେନ୍ଦୁଝରର ବଡ଼ବିଲଠାରେ ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ବୁଦ୍ଧାଦିତ୍ୟ ନାଏକ
ପ୍ରାଣ ହରାଇଥିବା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ
କରିଛନ୍ତି। ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୃତକଙ୍କ
ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ
ସହାୟତା ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା