ନବରଙ୍ଗପୁର ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ପରିବାର ବର୍ଗଙ୍କ ପାଇଁ ଚାରି ଲକ୍ଷ ଟଙ୍କା ସହାୟତା ଘୋଷଣା ଭୁବନେଶ୍ୱର, 03 ଜୁନ (ହି.ସ.) ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ଏକ ଦୁର୍ଘଟଣାରେ ଏମ୍. ସନ୍ତୁ , ଅମିର ଖରା, ଲାଲୁ ରଣା ଓ ତ୍ରିଲୋଚନ ଭତ୍ରାଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କର
ନବରଙ୍ଗପୁର ଦୁର୍ଘଟଣାରେ ଚାରି ଜଣଙ୍କର ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ


ପରିବାର ବର୍ଗଙ୍କ ପାଇଁ ଚାରି ଲକ୍ଷ ଟଙ୍କା ସହାୟତା ଘୋଷଣା

ଭୁବନେଶ୍ୱର, 03 ଜୁନ (ହି.ସ.) ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ଏକ ଦୁର୍ଘଟଣାରେ ଏମ୍. ସନ୍ତୁ , ଅମିର ଖରା, ଲାଲୁ ରଣା ଓ ତ୍ରିଲୋଚନ ଭତ୍ରାଙ୍କ ପ୍ରାଣହାନି ବିଷୟରେ ଜାଣି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande