ସମ୍ବଲପୁର, ୦୩ ଜୁନ୍ (ହି.ସ.)
ଆଜି ମାନେଶ୍ୱର ବ୍ଲକ କାର୍ଯ୍ୟାଳୟ ପରିସରରେ ସମ୍ବଲପୁର ଜିଲ୍ଲାପାଳ ଶ୍ରୀ ସିଦ୍ଧେଶ୍ୱର ବଳିରାମ୍ ବୋନ୍ଦର(ଭା.ପ୍ର.ସେ) ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ମୁକେଶ ଭାମୂଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି |ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ମୋଟ ୧୩ ଟି ଆବେଦନ ଗ୍ରହଣ କରାଯାଇ ଥିଲା ଯେଉଁଥିରୁ ୧୧ ଟି ଆବେଦନ ବ୍ୟକ୍ତିଗତ ସମ୍ବନ୍ଧୀୟ ଥିବା ବେଳେ, ୦୨ ଟି ସମସ୍ୟା ଗ୍ରାମୀୟ ସମସ୍ୟା ସହିତ ଜଡିତ ଥିଲା ।ଉକ୍ତ ଅଭିଯୋଗ ଶୁଣାଣୀ ଠାରେ ୧ ଅଭିଯୋଗ ର ସମାଧାନ କରାଯାଇଥିଲା। ତମାଖୁ ନିଷେଧ ଉପଲକ୍ଷେ ଲୋକ ଙ୍କୁ ସଚେତନ କରାଇବା ପାଇଁ ଜିଲ୍ଲାପାଳ ଏକ ସଚେତନତା ରଥ କୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ଶୈଳେଶ