ଭୁବନେଶ୍ୱର, 3 ଜୁନ୍ (ହି.ସ.)
ଭୁବନେଶ୍ୱର, 03 ଜୁନ (ହିସ.) ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।
ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି, ନବରଙ୍ଗପୁର ଜିଲ୍ଲା, ନନ୍ଦାହାଣ୍ଡି ଅନ୍ତର୍ଗତ ପଡ଼ାଲଗୁଡ଼ା ଠାରେ ପାଇଖାନା ଟାଙ୍କିରେ କାମ କରୁଥିବା ବେଳେ ଏମ ସନ୍ତୁ, ଅମିର ଖୁରା, ତ୍ରିଲୋଚନ ଭତ୍ରା ଓ ଲାଲୁ ରଣା କାମରାଙ୍କ ଶ୍ବାସରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ମହାପ୍ରଭୁଙ୍କ ନିକଟରେ ଅମର ଆତ୍ମାର ସଦଗତି କାମନା କରିବା ସହ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଉଛି। ଘଟଣା ବିଷୟରେ ଜାଣିବା ପରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଦୁଃଖ ପ୍ରକାଶ କରିବା ସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ରୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରିବା ପାଇଁ ଘୋଷଣା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ