କେନ୍ଦୁଝରରେ ନିଶା ନିବାରଣ ସଚେତନତା ରଥର ଜିଲ୍ଲା ପରିକ୍ରମା, ଶୁଭାରମ୍ଭ କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
କେନ୍ଦୁଝର, ୩ ଜୁନ (ହି. ସ.)- ନିଶାର କୁପରିଣାମ ଓ ସମାଜରେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯାଇଥିବା ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ଅଭିଯାନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ଆନୁକୂ
କେନ୍ଦୁଝରରେ ନିଶା ନିବାରଣ ସଚେତନତା ରଥର ଜିଲ୍ଲା ପରିକ୍ରମା, ଶୁଭାରମ୍ଭ କଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ


କେନ୍ଦୁଝର, ୩ ଜୁନ (ହି. ସ.)- ନିଶାର କୁପରିଣାମ ଓ ସମାଜରେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ତରଫରୁ ଆରମ୍ଭ କରାଯାଇଥିବା ନିଶାଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକଦ୍ରବ୍ୟ ବିରୋଧରେ ଅଭିଯାନ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଅବକାରୀ ବିଭାଗ ଆନୁକୂଲ୍ୟରେ ଏକ ନିଶା ନିବାରଣ ସଚେତନତା ରଥକୁ ଜିଲ୍ଲା ପରିକ୍ରମା ପୂର୍ବକ ଜନସାଧାରଣଙ୍କୁ ସଚେତନତା କରିବା ଲକ୍ଷ୍ୟରେ ଶୁଭାରମ୍ଭ କରାଯାଇଛି । ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ ନିତ୍ୟାନନ୍ଦ ଗଣ୍ଡ ସଚେତନତା ରଥକୁ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିବା ବେଳେ ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ଵିଶାଲ ସିଂହ, ବନଖଣ୍ଡ ଅଧିକାରୀ ଧନରାଜ ଏଚଡ଼ି, ଜିଲ୍ଲା ଅବକାରୀ ଅଧିକ୍ଷକ ଦିବ୍ୟରଞ୍ଜନ ଦୀପ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ରାଏ ପ୍ରମୁଖ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ରହିଥିଲେ।

ସୂଚନାଯୋଗ୍ୟ, ଏହି ରଥ ଜିଲ୍ଲାର ବିଭିନ୍ନ ବ୍ଲକ ପରିକ୍ରମା କରି ଜନସାଧାରଣଙ୍କୁ ନିଶାର କୁପରିଣାମ ଉପରେ ସଚେତନତା କରାଇବା ଲକ୍ଷ୍ୟ ରଖାଯାଇଥିବା ସୂଚନା ଦିଆଯାଇଛି ।

ହିନ୍ଦୁସ୍ଥାନ ସମାଚାର / ବିଭୁତି


 rajesh pande