ଭୁବନେଶ୍ୱର, ୩୦ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ, କେତେକ ସ୍ଥାନରେ ଭୀଷଣ ବର୍ଷା ଓ କେତେକ ସ୍ଥାନରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୭ ଜିଲ୍ଲା(ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୦ ଜିଲ୍ଲା(ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ଝାରସୁଗୁଡ଼ା, ଗଜପତି, ରାୟଗଡ଼ା, ନୂଆପଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୨ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା ନେଇ ୪ ତାରିଖରେ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ