ଭୁବନେଶ୍ୱର, ୩୦ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଗୋଟିଏ ସ୍ଥାନରେ ଅତି ଭୀଷଣ ବର୍ଷା ହୋଇଥିବା ବେଳେ ୧୩ଟି ସ୍ଥାନରେ ଭୀଷଣ ବର୍ଷା ହୋଇଛି । ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ସର୍ବାଧିକ ୧୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ମୟୂରଭଞ୍ଜ ଜିଲ୍ଲାର ସାରସକଣାରେ ୧୧୦.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୯୮.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର କରଞ୍ଜିଆରେ ୮୨.୦ ମି.ମି., କୁସୁମିରେ ୭୯.୦ ମି.ମି., ରାୟଗଡ଼ା ଜିଲ୍ଲାର କୋଟ୍ରାଗୁଡାରେ ୭୪.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ବହଳଦାରେ ୭୨.୦ ମି.ମି., କଳାହାଣ୍ଡି ଜିଲ୍ଲାର ଥୁଆମୁଳ ରାମପୁରରେ ୭୨.୦ ମି.ମି., କେନ୍ଦୁଝର ଜିଲ୍ଲାର ଯୋଡ଼ାରେ ୭୧.୩ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବାଲିଶଙ୍କରାରେ ୭୦.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୬୭.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବରଗାଁରେ ୬୬.୪ ମି.ମି. ଏବଂ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରେ ୬୫.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ