ଭୁବନେଶ୍ୱର, 4 ଜୁନ୍ (ହି.ସ.)
- ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ରୌପ୍ୟ ପଦକ ଜିତିଥିବା ସୁଚିତ୍ରା ପରିଡ଼ାଙ୍କୁ
ଶୁଭେଚ୍ଛା ଜଣାଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ପାରା ଆଥଲେଟିକ୍ସ ଗ୍ରାଣ୍ଡ ପ୍ରିକ୍ସ ୨୦୨୫ ରେ
ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ରୌପ୍ୟ ପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଥିବା ସୁଚିତ୍ରା
ପରିଡ଼ାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ଏହି ସଫଳତା ତାଙ୍କର କଠିନ ପରିଶ୍ରମ, ନିଷ୍ଠା ଏବଂ ଦୃଢ ଇଚ୍ଛାଶକ୍ତିର ପ୍ରତିଫଳନ।
ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା