ପାରା ଆଥଲେଟ୍ ସୁଚିତ୍ରା ପରିଡ଼ାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ
ଭୁବନେଶ୍ୱର, ୦୫ ଜୁନ (ହି.ସ.)- ପ୍ୟାରିସରେ ଆୟୋଜିତ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପିକ୍ସରେ କାଂସ୍ୟ ପଦକ ଜିତିଥିବା ଓଡ଼ିଆ କ୍ରୀଡ଼ାବିତ ସୁଚିତ୍ରା ପରିଡ଼ାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ପ୍ୟାରିସରେ ଆୟୋଜିତ ହେଉଥିବା ପାରା ଆଥଲେଟିକ୍ସ ଗ୍
ପାରା ଆଥଲେଟ୍ ସୁଚିତ୍ରା ପରିଡ଼ାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ


ଭୁବନେଶ୍ୱର, ୦୫ ଜୁନ (ହି.ସ.)- ପ୍ୟାରିସରେ ଆୟୋଜିତ ପାରା ଆଥଲେଟିକ୍ସ ଗ୍ରାଣ୍ଡ ପିକ୍ସରେ କାଂସ୍ୟ ପଦକ ଜିତିଥିବା ଓଡ଼ିଆ କ୍ରୀଡ଼ାବିତ ସୁଚିତ୍ରା ପରିଡ଼ାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ପ୍ୟାରିସରେ ଆୟୋଜିତ ହେଉଥିବା ପାରା ଆଥଲେଟିକ୍ସ ଗ୍ରାଣ୍ଡ ପିକ୍ସ ୨୦୨୫ ରେ ମହିଳା ସଟ୍ ପୁଟ୍ ଏଫ୍ ୫୪/୫୫ ବର୍ଗରେ କାଂସ୍ୟ ପଦକ ଜିତିଥିବା ଓଡ଼ିଆ କ୍ରୀଡ଼ାବିତ ସୁଚିତ୍ରା ପରିଡ଼ାଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଆପଣଙ୍କର ଏହି ଉପଲବ୍ଧି କେବଳ ଓଡ଼ିଶା ନୁହେଁ, ସମଗ୍ର ଭାରତ ପାଇଁ ଗର୍ବ ଓ ଗୌରବର ବିଷୟ। ଆପଣଙ୍କ ପରିଶ୍ରମ, ଅଦମ୍ୟ ଇଚ୍ଛାଶକ୍ତି ଏବଂ କ୍ରୀଡ଼ା ପ୍ରତି ଆଗ୍ରହ ଆଗାମୀ ପିଢ଼ିକୁ ପ୍ରେରଣା ଦେବ । ଆପଣଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଓ ଉତରୋତର ଉନ୍ନତି କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande