ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ ଜିଲ୍ଲାକୁ ୟେ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୫ ଜୁନ୍ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୫ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ କି.ମି. ରହିପାରେ ।

ସେହିପରି ୬ ତାରିଖ ପାଇଁ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande