ଭୁବନେଶ୍ୱର, ୦୫ ଜୁନ (ହି.ସ.)- ବିଜେଡି ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟଙ୍କ ବିୟୋଗରେ ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।
ଏକ୍ସରେ ନବୀନ ପଟ୍ଟନାୟକ ଲେଖିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ବିଧାୟକ ଶ୍ରୀ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା ଆଚାର୍ଯ୍ୟଙ୍କ ପରଲୋକ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ସ୍ୱର୍ଗତ ଚାରୁଶୀଳା ଜଣେ ନମ୍ର, ସ୍ନେହୀ ଓ ଧର୍ମପରାୟଣ ମହିଳା ଥିଲେ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।
ହିନ୍ଦୁସ୍ଥାନ ସମାଚାର / ବନ୍ଦନା