ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୭ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ସମସ୍ତ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୮ ତାରିଖ ପାଇଁ ୫ ଜିଲ୍ଲା, ୯ ତାରିଖ ପାଇଁ ୩ ଜିଲ୍ଲା, ୧୦ ତାରିଖ ପାଇଁ ୧୪ ଜିଲ୍ଲା ଏବଂ ୧୧ ତାରିଖ ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande