ପାଣିଟାଙ୍କି କାମ କରୁଥିବା ବେଳେ ୩ ଶ୍ରମିକଙ୍କର ମୃତ୍ୟୁ
ଭଦ୍ରକ, ୮ ଜୁନ୍ (ହି.ସ.) -ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଂଚାୟତ ଗଗନଧୂଳି ଗାଁର ଜଣେ ବ୍ୟକ୍ତିଙ୍କ ପାଇଖାନା ଟାଙ୍କି କାମ କରୁଥିବା ବେଳେ ୩ ଶ୍ରମିକଙ୍କର ଆଜି ମୃତ୍ୟୁ ହୋଇଛି। ଏହି ତିନିଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ ଭଦ୍ରକ ଜିଲା ମୁଖ୍ୟ ଚିକିତ
PANITANKI KARYA BELE 3 LABOUR DEATH


ଭଦ୍ରକ, ୮ ଜୁନ୍ (ହି.ସ.) -ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ଝିଙ୍କିରିଆ ପଂଚାୟତ ଗଗନଧୂଳି ଗାଁର ଜଣେ ବ୍ୟକ୍ତିଙ୍କ ପାଇଖାନା ଟାଙ୍କି କାମ କରୁଥିବା ବେଳେ ୩ ଶ୍ରମିକଙ୍କର ଆଜି ମୃତ୍ୟୁ ହୋଇଛି। ଏହି ତିନିଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ଜଣ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗଗନଧୂଳି ଗାଁର ବାପି ମାଝୀଙ୍କର ଆଜି କାମ ହେଉଥିବା ବେଳେ ଏଭଳି ଅଘଟଣ ଘଟିଛି । ତେବେ ପାଇଖାନା ଟାଙ୍କି କାମ କରୁଥିବା ବେଳେ ସେଠାରେ ବିଦ୍ୟୁତ ସଂଯୋଗ କରି କାମ କରୁଥିଲେ । ତେଣୁ ୩ ଜଣ ଶ୍ରମିକ ବିଦ୍ୟୁତ ଆଘାତରେ ଶିକାର ହୋଇଥିଲେ । ତେବେ ଘଟଣା ସ୍ଥଳରେ ଜଣେ ଶ୍ରମିକଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ୨ ଜଣ ଭଦ୍ରକ ମେଡିକାଲରେ ମୃତ୍ୟୁବରଣ କରିଥିଲେ । ସେମାନେ ହେଉଛନ୍ତି ବାବାଜୀ ମାଝୀ ଓ ବାପି ମାଝୀ ହୋଇଥିବା ବେଳେ ଅନ୍ୟ ଜଣକ ହେଲା ନରହରି ବେହେରା।ହିନ୍ଦୁସ୍ଥାନ ସମାଚାର/ପ୍ରମୋଦ/ଭାନୁ

ହିନ୍ଦୁସ୍ଥାନ ସମାଚାର / ପ୍ରମୋଦ କୁମାର ରାୟ


 rajesh pande