ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୪୫.୨ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୮ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୪୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୪୨.୨ ମି.ମି., ପର୍ଜଙ୍ଗରେ ୪୧.୦ ମି.ମ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୪୫.୨ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୮ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଢ଼େଙ୍କାନାଳ ଜିଲ୍ଲାର ଅଳତୁମାରେ ସର୍ବାଧିକ ୪୫.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଢ଼େଙ୍କାନାଳ ଜିଲ୍ଲାର କାମାକ୍ଷାନଗରରେ ୪୨.୨ ମି.ମି., ପର୍ଜଙ୍ଗରେ ୪୧.୦ ମି.ମି., ଭଦ୍ରକ ଜିଲ୍ଲାର ଆଖୁଆପଦାରେ ୩୯.୪ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୩୬.୪ ମି.ମି., ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୩୪.୪ ମି.ମି., ଡାବୁଗାଁରେ ୨୮.୨ ମି.ମି., ବରଗଡ଼ ଜିଲ୍ଲାର ବରପାଲିରେ ୨୮.୦ ମି.ମି., ରାୟଗଡ଼ା ଜିଲ୍ଲାର ରାୟଗଡ଼ାରେ ୨୭.୬ ମି.ମି., ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଂଟିରେ ୨୬.୦ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୨୪.୬ ମି.ମି. ଏବଂ ସୁନ୍ଦରଗଡ଼ ଜିଲ୍ଲାର ରାଜଗାଙ୍ଗପୁରରେ ୨୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande