ଭୁବନେଶ୍ୱର, ୦୧ ଜୁଲାଇ (ହି.ସ.) - ଗତକାଲି ବିଏମସି କାର୍ଯ୍ୟାଳୟରେ ଅତିରିକ୍ତ କମିଶନରଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ୫ ଜଣଙ୍କୁ ବିଜେପି ନିଲମ୍ବନ କରିଛି। ଏନେଇ ରାଜ୍ୟ ବିଜେପି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ହିଂସାକାଣ୍ଡରେ ସଂପୃକ୍ତି ଅଭିଯୋଗ ଆଧାରରେ ୫ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି । ସେମାନେ ହେଲେ କର୍ପୋରେଟର ଅପରୂପ ନାରାୟଣ ରାଉତ , ରଶ୍ମି ରଞ୍ଜନ ମହାପାତ୍ର , ଦେବାଶିଷ ପ୍ରଧାନ , ସଚିକାନ୍ତ ସ୍ୱାଇଁ ଏବଂ ସଂଜୀବ ମିଶ୍ର।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା