ଭୁବନେଶ୍ୱର, ୧୦ ଜୁଲାଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲା(ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲା (କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ଢ଼େଙ୍କାନାଳ, ଦେବଗଡ଼, ଅନୁଗୁଳ, ବରଗଡ଼, ସୋନପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୟଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ଆସନ୍ତାକାଲି ଅର୍ଥାତ୍ ୧୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୨ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖରେ ଭୀଷଣ ବର୍ଷା, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ