ଭୁବନେଶ୍ୱର, 11 ଜୁଲାଇ (ହି.ସ.) – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଦିନ ନୂଆଦିଲ୍ଲୀ ଠାରେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କ ସହ ସାକ୍ଷାତ କରିଛନ୍ତି । ସେ ନିଜେ ସୋସିଆଲ ମିଡିଆ ଜରିଆରେ ଏହି ସୂଚନା ଦେଇଛନ୍ତି ।
ସେ ସୋସିଆଲ ମିଡିଆରେ ଲେଖିଛନ୍ତି, କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲି । ଏହି ଅବସରରେ ଦେଶର ପ୍ରତିରକ୍ଷା ବ୍ୟବସ୍ଥା ସମେତ ଓଡ଼ିଶା ସରକାରଙ୍କ ବିଭିନ୍ନ ଯୋଜନା ଏବଂ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରିବା ସହ ତାଙ୍କୁ ଓଡ଼ିଶା ଭିଜନ ୨୦୩୬ | ୨୦୪୭ ପ୍ରଦାନ କଲି।
---------------
ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ