କଲେଜ ଛାତ୍ରୀଙ୍କ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଦୁର୍ଭାଗ୍ୟଜନକ - ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୧୨ ଜୁଲାଇ (ହି.ସ.) - ବାଲେଶ୍ୱରର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଜନୈକ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମକୁ ଦୁର୍ଭାଗ୍ୟଜନକ ବୋଲି କହିବା ସହ ସରକାର କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ଏକ୍ସରେ ମନ୍ତ୍ରୀ ଲେଖିଛନ୍ତି ଫକୀ
କଲେଜ ଛାତ୍ରୀଙ୍କ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଦୁର୍ଭାଗ୍ୟଜନକ - ଉଚ୍ଚଶିକ୍ଷା ମନ୍ତ୍ରୀ


ଭୁବନେଶ୍ୱର,୧୨ ଜୁଲାଇ (ହି.ସ.) - ବାଲେଶ୍ୱରର ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଜନୈକ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମକୁ ଦୁର୍ଭାଗ୍ୟଜନକ ବୋଲି କହିବା ସହ ସରକାର କଠୋର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।

ଏକ୍ସରେ ମନ୍ତ୍ରୀ ଲେଖିଛନ୍ତି ଫକୀରମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟରେ ଆଜି ଜଣେ ଛାତ୍ରୀ ଆତ୍ମାହୁତି ଉଦ୍ୟମ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ସରକାର ଘଟଣାକୁ ଅତ୍ୟନ୍ତ ସମ୍ବେଦନଶୀଳତାର ସହ ତ୍ୱରିତ ତଥା କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । କଲେଜର ଅଧ୍ୟକ୍ଷ ଓ ସମ୍ପୃକ୍ତ ଡିପାର୍ଟମେଂଟର ଆସିଷ୍ଟାଂଟ ପ୍ରଫେସରଙ୍କୁ ନିଲମ୍ବନ କରାଯାଇଛି । ଏହା ସହ ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଜଣେ ମହିଳା ଯୁଗ୍ମ ସଚିବ ଓ ଜଣେ ବରିଷ୍ଠ ମହିଳା ଶିକ୍ଷାବିତକୁ ନେଇ ଏକ କମିଟି ଗଠନ କରାଯାଇ ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଛାତ୍ରୀଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରୁଛନ୍ତି। ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଆଶୁ ଆରୋଗ୍ୟ କାମନା କରୁଛି ।

ଭୁବନେଶ୍ୱରର ଏମ୍ସରେ ଗୁରୁତର ଭାବେ ଭର୍ତି ହୋଇଥିବା ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀଙ୍କୁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଶନିବାର ସନ୍ଧ୍ୟାରେ ଭେଟିଛନ୍ତି। ସଂପୃକ୍ତ ଛାତ୍ରୀଙ୍କ ଚିକିତ୍ସା ଜାରି ଥିବା ବେଳେ ମନ୍ତ୍ରୀ ତାଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଛାତ୍ରୀଙ୍କୁ ଟ୍ରମା କେୟାର ୟୁନିଟରୁ ବର୍ଣ୍ଣ ୱାର୍ଡ଼କୁ ସ୍ଥାନାନ୍ତର କରାଯାଇଛି। ଏମ୍ସରେ ଚିକିତ୍ସାଧୀନ ଥିବା ଛାତ୍ରୀଙ୍କୁ ଉନ୍ନତମାନର ଚିକିତ୍ସା ଯୋଗାଇଦେବା ପାଇଁ ସମସ୍ତ ଚେଷ୍ଟା କରୁଛୁ ବୋଲି ମନ୍ତ୍ରୀ କହିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande